ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏନେଇ ମଙ୍ଗଳବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେହିପରି ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଛନ୍ତି ଆଉ ୬ ସଦସ୍ୟ । ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ, କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି ।ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ହେବା ପରେ ସୋଭନା ମହାନ୍ତି କହିଛନ୍ତି, ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି । ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି । ବାଲେଶ୍ୱର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି । ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ ।






More Stories
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..
ଟ୍ୟୁଶନ ହେବେ ରାଜସ୍ବ ବାବୁ…..