ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଯବାନଙ୍କୁ ନେଇ ଯାଉଥିବା ଏକ ଗାଡି ହଠାତ୍ ରାସ୍ତାରୁ ଖାଲକୁ ଖସି ଗଭୀର ଖାଇରେ ପଡିଥିଲା । ଘଟଣାସ୍ଥଳରେ ୧୦ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନ୍ୟ ସାତ ଜଣ ଗୁରୁତର ଆହତ ହୋଇ ଉଦ୍ଧମପୁର କମାଣ୍ଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଜମ୍ମୁ ଓ କାଶ୍ମୀରର ଡୋଡା ଜିଲ୍ଲାରୁ ଏଭଳି ଦୁଃଖଦ ଖବର ସାମ୍ନାକୁ ଆସିଛି । ସୂଚନା ଅନୁଯାୟୀ, ସେନା ଗାଡ଼ିଟି ଏକ ପାହାଡ଼ି ରାସ୍ତାରେ ଯାତ୍ରା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଗାଡିଟି ହଠାତ୍ ନିୟନ୍ତ୍ରଣ ହରାଇ ଏକ ଘାଟିରେ ପଡ଼ିଯାଇଥିଲା। ଦୁର୍ଘଟଣା ପରେ ତୁରନ୍ତ ସ୍ଥାନୀୟ ପ୍ରଶାସନ ଓ ସୁରକ୍ଷା ବାହିନୀ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘଟଣା ସମ୍ପର୍କରେ ସେନା ଏପର୍ଯ୍ୟନ୍ତ କୌଣସି ସରକାରୀ ବିବୃତ୍ତି ଜାରି କରିନାହିଁ।






More Stories
ପଶ୍ଚିମବଙ୍ଗରୁ ବହିଷ୍କାର ହେବେ ଆଇପିଏସ୍ ଅଧିକାରୀ ଅଜୟ ପାଲ ଶର୍ମା…..
ଆଜି ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ…..
ରାଜ୍ୟରେ ଖୋଲିବ ହିଟ୍ ୱେଭ ସେଣ୍ଟର….