ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜ୍ୱର ପାଇଁ ଦିଲ୍ଲୀର ସାର୍ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ହୃଦରୋଗ ଚିକିତ୍ସା ବିଭାଗର ପରାମର୍ଶଦାତା ଡ.ଅରୁପ ବସୁଙ୍କ ନେତୃତ୍ୱରେ ଏକ ଟିମ ତାଙ୍କର ଚିକିତ୍ସା କରୁଛନ୍ତି। ପୂର୍ବରୁ ମଧ୍ୟ ଶାରୀରିକ ଅସୁସ୍ଥତା ପାଇଁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସୋନିଆ ଗାନ୍ଧିଙ୍କ ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ଅନେକ ଦିନ ହେବ ସୋନିଆଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ରହୁନାହିଁ। ଏହା ପୂର୍ବରୁ ମଧ୍ୟ ସୋନିଆ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।






More Stories
ଶାନ୍ତିପୂର୍ଣ୍ଣ ପ୍ରତିବାଦ ପ୍ରତ୍ୟେକ ନାଗରିକଙ୍କ ଅଧିକାର, ଲାଠିଚାର୍ଜ ଠିକ୍ ନୁହେଁ’…..
ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା !…..
ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ…..