ରିପୋର୍ଟ କାର୍ଡ / ପୁରୀ
ବହୁପ୍ରତୀକ୍ଷାର ଅନ୍ତ ଘଟିବ | ଆସନ୍ତକାଲି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ଏସ୍ଓପିକୁ ସରକାର ମଂଜୁର କରିଛନ୍ତି ବୋଲି ସେ କହିଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ଏହା କ୍ରମାଗତ ଭାବେ ଚାଲିବ। କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ RBIର ସହାୟତା ନିଆଯିବ। ତାଙ୍କ ପ୍ରତିନିଧି ଉପସ୍ଥିତ ରହିବେ ଓ ଆମ ଟିମ୍କୁ ସହାୟତା କରିବେ। ସ୍ୱଚ୍ଛତାର ସହ ପ୍ରକ୍ରିୟା ପରିଚାଳନା କରିବା ଦାୟିତ୍ୱ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କର।
More Stories
ଅଖିମୁଠି ଅନୁକୂଳ କରି ଜମିରେ ହଳ କଲେ ମୁଖ୍ୟମନ୍ତ୍ରୀ…..
ବଢିଲା ଶ୍ରମିକଙ୍କ ଦୈନିକ ମଜୁରୀ…..
ଜଷ୍ଟିସ ଭୂଷଣ ରାମକୃଷ୍ଣ ଗବଇ ପ୍ରଧାନ ବିଚାରପତି ନିଯୁକ୍ତ…..