ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପୁଣି ବଢିଲା ତତକାଳୀନ ଡିଏଫଓ ସଂଗ୍ରାମ ବେହେରାଙ୍କ ଅଡୁଆ । ତତକାଳନୀନ ଡିଏଫ୍ଓଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ରୋଷେୟା ମନ୍ମଥ କୁମ୍ଭଙ୍କର ମଧ୍ୟ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ଉଭୟଙ୍କୁ ତଳ କୋର୍ଟରେ ଜାମିନ ଆବେଦନ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । ୨୦୨୧ ଜୁଲାଇ ୧୨ରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସୌମ୍ୟରଞ୍ଜନ ଉଦ୍ଧାର ହୋଇଥିଲେ । ପରବର୍ତ୍ତୀ ଅବସ୍ଥାରେ ଚିକିତ୍ସାଧୀନ ବେଳେ ତାଙ୍କର ମୃତ୍ୟୁ ହୋଇଥିଲା । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ତାହା ଏବେ ବିଚାରଧୀନ ରହିଛି ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….