ରିପୋର୍ଟ କାର୍ଡ / ଭୁବନେଶ୍ୱର
ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ତଦନ୍ତ ୩ ମାସ ମଧ୍ୟରେ ଶେଷ କରିବାକୁ କ୍ରାଇମବ୍ରାଞ୍ଚ ଏବଂ ଏସପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ କରିଥିବା ସୂଚନା ମିଳିଛି । ୨୦୨୨ ମସିହା ଜାନୁଆରୀ ୩୧ ତାରିଖରେ ମଡେଲ ସୌମ୍ୟ ପାଣିଗ୍ରାହୀ ଆତ୍ମହତ୍ୟା କରିଥିଲେ । ସୌମ୍ୟଙ୍କ ମୃତ୍ୟୁ ପାଇଁ ପ୍ରେମିକା ସୋନାଲି ନନ୍ଦଙ୍କୁ ଦାୟୀକରି ଅଭିଯୋଗ ଆଣିଥିଲେ ସୌମ୍ୟଙ୍କ ପରିବାରଲୋକେ। ଗତ ଫେବ୍ରୁଆରି ୨ ତାରିଖ ଦିନ ସୌମ୍ୟଙ୍କ ଭଉଣୀ ଇନଫୋସିଟି ଥାନାରେ ଏହି ଘଟଣା ନେଇ ଏତଲା ଦେଇଥିବା ବେଳେ ପୋଲିସ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରି ନଥିଲା ବୋଲି ଅଭିଯୋଗ ହୋଇଥିଲା। ଫେବ୍ରୁଆରି ୧୯ତାରିଖରେ ସେ ଦୋଷୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଓ ମାମଲାର ନିରପେକ୍ଷ ତଦନ୍ତ ଦାବି କରି ଭୁବନେଶ୍ୱର ଡିସିପିଙ୍କ ପାଖରେ ଲିଖିତ ଅଭିଯୋଗ ଦାଖଲ କରିଥିଲେ। ପରବର୍ତ୍ତୀ ସମୟରେ ସେ ପୋଲିସ ନିଷ୍କ୍ରିୟତା ବିରୋଧରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।
More Stories
ଓଡ଼ିଶାରେ ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା…..
ପ୍ରଚୁର ଔଷଧ ମହଜୁଦ୍ ରଖ…..
ବଢିଲା ପାରାଦୀପ ବନ୍ଦର ସୁରକ୍ଷା….