ରିପୋର୍ଟ କାର୍ଡ / କଟକ
ବଢ଼ିଲା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡ଼ୁଆ | ଜଣେ ଯୁବତୀଙ୍କୁ ଧମକ ଚମକ ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ସୌରିନଙ୍କ ଆଗୁଆ ଜାମିନ ଆବେଦନର ରାୟ ପ୍ରକାଶ କରି କୋର୍ଟ କହିଛନ୍ତି ଯେ, ୨୦୧୬ ମସିହାରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ରହିଛି। ପୀଡ଼ିତାଙ୍କ ୧୬୪ ଧାରାରେ ବୟାନ ରେକର୍ଡ ଏବଂ ପ୍ରାରମ୍ଭିକ ତଦନ୍ତରୁ ଏହା ସ୍ପଷ୍ଟ ହୋଇଛି। ଏସବୁକୁ ଦୃଷ୍ଟିରେ ରଖି ପୂର୍ଣ୍ଣାଙ୍ଗ ତଦନ୍ତ ପାଇଁ ସୌରିନଙ୍କ ଉପସ୍ଥିତି ଆବଶ୍ୟକ ଦର୍ଶାଇ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଥିବା ଜଣାପଡ଼ିଛି।






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..