ରିପୋର୍ଟ କାର୍ଡ / ଭୁବନେଶ୍ବର
ଅସହ୍ୟ ଗୁଳିଗୁଳିରୁ ମିଳିଲା ତ୍ରାହି। ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେମୌସୁମୀ ବାୟୁ ସାରା ଓଡ଼ିଶାକୁ ଅଗ୍ରସର ହେବ। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆଗାମୀ ୨୪ ଘଣ୍ଟା ଭିତରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦୁଇ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଥିଲା। ତା’ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଛି। ଆଜି ସକାଳେ ଭୁବନେଶ୍ୱରର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……