Report Card Odisha

| Daily Odia News

ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ବାଚସ୍ପତି….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶୀତକାଳୀନ ଅଧିବେଶନର ଅବ୍ୟବହିତ ପୂର୍ବରୁ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି। ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଶୀତକାଳୀନ ଅଧିବେଶନ ଚାଲୁରହିବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଭାଜପା ବିଧାୟକ ଜୟନାରାୟଣ ମିଶ୍ର, ସିପିଆଇ (ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଉପସ୍ଥିତ ରହିଛନ୍ତି।

Breaking News