ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ତେବେ ଗଠନମୂଳକ ପରାମର୍ଶ ଦେଲେ ଏହା ନିଶ୍ଚିତ ଉପାଦେୟ ହେବ। ବିରୋଧୀ ବିଶୃଙ୍ଖଳା କଲେ ଆଉ ବରଦାସ୍ତ କରାଯିବ ନାହିଁ । ବିରୋଧୀ ଦଳ ବିରୋଧୀ ଭୂମିକା ଲିଭାନ୍ତୁ। ଗଠନମୂଳକ ପରାମର୍ଶ ଦିଅନ୍ତୁ। ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ। ଏ ନେଇ ତାରିଖ ସ୍ଥିର ହୋଇନି ବୋଲି ସୁରମା କହିଛନ୍ତି । ସୂଚନାଯୋଗ୍ୟ, ଫେବୃଆରୀ ୧୩ରୁ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହେବ। ଏହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ରହିବ । ୧୪ ଓ ୧୫ ତାରିଖ ଦୁଇଦିନ ଧରି ଅଭିଭାଷଣ ସମ୍ପର୍କିତ ଆଲୋଚନା ରହିବ ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତ। ମୋଟ୍ ୨୮ ଦିନର କାର୍ଯ୍ୟଦିବସ ରହିବ। ଏହି ୨୮ ଦିନ ଭିତରେ ୩ ଦିନ ସରକାରୀ ଓ ୩ ଦିନ ବେସରକାରୀ କାର୍ଯ୍ୟଦିବସ ରହିବ।ଏଥିସହିତ ୧୭ ତାରିଖରେ ବଜେଟ ଆଗତ ହେବ। ଏହା ଉପରେ ବିସ୍ତୃତ ଆଲୋଚନା ହେବ। ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ରହିଛି। ୨୨ ତାରିଖରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାୟୀ କମିଟି ଦ୍ୱାରା ବଜେଟ୍ ଉପରେ ନିରୀକ୍ଷକ ପାଇଁ ନିର୍ଦ୍ଧାରଣ କରାଯାଇଛି। ୭ ମାର୍ଚ୍ଚରେ ସ୍ଥାୟୀ କମିଟି ରିପୋର୍ଟ ଉପସ୍ଥାପନା ହେବ। ୧୦ ମାର୍ଚ୍ଚରୁ ଖର୍ଚ୍ଚ ଦାବି ସମ୍ପର୍କିତ ଆଲୋଚନା ହେବ। ୨୯ ତାରିଖରେ ବିନିଯୋଗ ବିଲ୍ ଉପସ୍ଥାପନ ଏବଂ ବଜେଟ୍ ପାରିତ ହେବ।






More Stories
ଗୋଟିଏ ଅଫିସରେ ରହିପାରିବେନି ୩ ବର୍ଷରୁ ଅଧିକ…..
ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା…..
୨୬ରେ ମୌସୁମୀ ଛୁଇଁବ କେରଳ!…..