Report Card Odisha

| Daily Odia News

ହକି ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଭୁବନେଶ୍ୱର ଏବଂ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ହକି ପୁରୁଷ ବିଶ୍ୱକପ୍‌ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଦୁଇଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ଯାତ୍ରୀଙ୍କ ଚାହିଦା ଏବଂ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ୦୨୮୩୪ ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଭୁବନେଶ୍ୱରରୁ ୧୪ ରୁ ୩୦ ଜାନୁଆରୀ ମଧ୍ୟରେ ପ୍ରତ୍ୟେକ ସୋମବାର, ବୁଧବାର, ଗୁରୁବାର ଏବଂ ଶନିବାର ରାତି ୮.୨୫ ମି.ରେ ଛାଡ଼ି ରାଉରକେଲା ଯାତ୍ରା କରିବ। ଫେରିବା ମାର୍ଗରେ ୦୨୮୩୩ ରାଉରକେଲା-ଭୁବନେଶ୍ୱର ସ୍ପେଶାଲ ରାଉରକେଲାରୁ ୧୫ରୁ ୩୧ ଜାନୁଆରୀ ମଧ୍ୟରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଏବଂ ରବିବାର ରାତି ୧୧.୨୫ ମି.ରେ ଭୁବନେଶ୍ୱର ଯାତ୍ରା କରିବ। ଏହି ଟ୍ରେନରେ ଗୋଟିଏ ଏସି-୨ ଟାୟାର, ତିନିଟି ଏସି -୩ ଟାୟାର, ଆଠଟି ସ୍ଲିପର କ୍ଲାସ, ଚାରିଟି ଦ୍ୱିତୀୟ ଶ୍ରେଣୀ ସିଟିଙ୍ଗ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ହେବାକୁ ଥିବାବେଳେ ଏହା ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ଉଭୟ ପାର୍ଶ୍ୱରୁ କଟକ, ଢେଙ୍କାନାଳ, ତାଳଚେର ରୋଡ଼, ଅନୁଗୁଳ, ସମ୍ବଲପୁର ସିଟି ଏବଂ ଝାରସୁଗୁଡ଼ା ମଧ୍ୟରେ ରହଣି କରିବ। ୦୨୮୩୬/୦୨୮୩୫ ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ୍ ୧୪ରୁ ୩୧ ଜାନୁଆରୀ ପର୍ଯ୍ୟନ୍ତ ପ୍ରତିଦିନ ଚଳାଚଳ କରିବ। ଏହି ଟ୍ରେନ୍‌ ପୁରୀରୁ ସକାଳ ୦୫ଘ.୧୫ମି.ରେ ଛାଡ଼ି ରାଉରକେଲାରେ ଦିନ ୧୨ଘ.୪୫ମି.ରେ ପହଞ୍ଚିବ। ଫେରିବା ମାର୍ଗରେ ଏହା ରାଉରକେଲାରୁ ଅପରାହ୍ଣ ୦୧ଘ.୩୦ମି.ରେ ଛାଡ଼ି ପୁରୀରେ ରାତ୍ରି ୧୦ଘ.୩୦ମି.ରେ ପହଞ୍ଚିବ। ଏହି ଟ୍ରେନ୍‌ରେ ଦୁଇଟି ଏସି -୩ ଟାୟାର୍, ତିନିଟି ସ୍ଲିପର୍ କ୍ଲାସ୍, ଛଅଟି ଦ୍ୱିତୀୟ ଶ୍ରେଣୀ ସିଟିଙ୍ଗ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଏବଂ ଜେନେରେଟର କାର୍ ଉପଲବ୍ଧ ଥିବାବେଳେ ଏହା ଉଭୟ ପାର୍ଶ୍ୱରୁ ପୁରୀ ଓ ରାଉରକେଲା ମଧ୍ୟରେ ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ତାଳଚେର ରୋଡ଼, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ସିଟି, ଝାରସୁଗୁଡ଼ା ଏବଂ ରାଜଗାଙ୍ଗପୁର ଷ୍ଟେସନରେ ରହଣି କରିବ। ଏହାବ୍ୟତୀତ ୦୨୮୩୨/୦୨୮୩୧ ଭୁବନେଶ୍ୱର-ଧାନବାଦ୍-ଭୁବନେଶ୍ୱର ସ୍ପେଶାଲ୍ ମଧ୍ୟ ପ୍ରତ୍ୟେକ ମଙ୍ଗଳବାର, ଶୁକ୍ରବାର ଏବଂ ରବିବାର ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ସୋମବାର, ବୁଧବାର ଏବଂ ଶନିବାର ଧାନବାଦରୁ ରାଉରକେଲା ମାର୍ଗ ଦେଇ ଚଳାଚଳ କରୁଛି। ସେହିଭଳି ରାଉରକେଲା-ଗୁଣୁପୁର-ରାଉରକେଲା ରାଜ୍ୟରାଣୀ ଏକ୍ସପ୍ରେସ, ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ, ପୁରୀ-ହଟିଆ ତପସ୍ୱିନୀ ଏକ୍ସପ୍ରେସ, ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ, ପୁରୀ-ରାଉରକେଲା-ପୁରୀ ଏକ୍ସପ୍ରେସ ଟ୍ରେନ୍‌ ଦୈନିକ ଚଳାଚଳ କରୁଛି ଯାହାକି ଭୁବନେଶ୍ୱର ଓ ରାଉରକେଲାକୁ ଟ୍ରେନ୍‌ ମାଧ୍ୟମରେ ସଂଯୋଗ କରୁଛି। ଏହା ବ୍ୟତୀତ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ଭାୟା ଅନୁଗୁଳ ଓ ଝାରସୁଗୁଡ଼ା ଏବଂ ଭୁବନେଶ୍ୱର-ଆନନ୍ଦ ବିହାର ଏକ୍ସପ୍ରେସ ଟ୍ରେନ୍‌ ଭାୟା ଅନୁଗୁଳ ଓ ଝାରସୁଗୁଡ଼ା ମଧ୍ୟ ଭୁବନେଶ୍ୱର ଏବଂ ରାଉରକେଲା ମଧ୍ୟରେ ସାପ୍ତାହିକ ଭାବେ ଉପଲବ୍ଧ ହେବ ।

Breaking News