ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କୁ ଆଜି ରାଜ୍ୟ ବିଧାନସଭାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ବିଧାନସଭା ପରିସରରେ ମରଶରୀରକୁ ଗାର୍ଡ ଅଫ ଅନର ଦିଆଯାଇଛି । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିବା ସୂଚନା ମିଳିଛି । ସେହିପରି କଂଗ୍ରେସ ଭବନ ପରିସରରେ ପିସିସି ସଭାପତି ନିରଞ୍ଜନ ପଟନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ମର ଶରୀରରେ ପୁଷ୍ପମାଲ୍ୟ ଅର୍ପଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମର ଶରୀର ନିକଟରେ ବନ୍ଧୁ ପରିବାର ବର୍ଗଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ରହି ଶେଷ ଦର୍ଶନ କରିଥିଲେ। କଂଗ୍ରେସ ଭବନରୁ ମରଶରୀରକୁ ତାଙ୍କ ପୈତୃକ ଗାଁ ଝାରସୁଗୁଡ଼ା ଜିଲ୍ଲା ଲାଇକେରା ର ଠାକୁରପଡ଼ା ନିଆଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଙ୍କ ମର ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପର୍ନ କରାଯିବ ।






More Stories
ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ…..
କାଳବୈଶାଖୀ କୁ ନେଇ ସତର୍କ ସୂଚନା ଜାରି…..
ବିଜେଡି କଟକ କନ୍ଦଳ…..