ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୁରୁବାର ପୁନର୍ଗଠନ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି । ଏହି କମିଟିରେ ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ । ସେ ମୁକ୍ତିମଣ୍ଡପକୁ ପ୍ରତିନିଧତ୍ତ୍ୱ କରିବେ । ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ହେବେ ସଦସ୍ୟ । ସେହିଭଳି ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର ମଧ୍ୟ ହେବ ସଦସ୍ୟ । ପ୍ରତିହାରୀ ନିଯୋଗ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର ହେବ ସଦସ୍ୟ । ସୁଆର ମହାସୁଆର ନିଯୋଗ ସେବାୟତ ଅନନ୍ତ ତିଆଡ଼ି ସଦସ୍ୟ । ସେହିଭଳି ଦଇତାପତି ନିଯୋଗ ସେବାୟତ ଦୁର୍ଗାପ୍ରସାଦ ମହାପାତ୍ର ସଦସ୍ୟ । ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସ ସଦସ୍ୟ । ବିଭିନ୍ନ ଧର୍ମାନୁଷ୍ଠାନ ଓ ମଠର ପ୍ରତିନିଧତ୍ତ୍ୱ କରିବେ ରାମକୃଷ୍ଣ ଦାସ । ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସଦସ୍ୟ ଭାବେ ମନୋନୀତ । ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଶରତ ଚନ୍ଦ୍ର ଭଦ୍ରା ମଧ୍ୟ ସଦସ୍ୟ ମନୋନୀତ ।
Discussion about this post