ରିପୋର୍ଟ କାର୍ଡ / ପୁରୀ
ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆଜି ସ୍ଥାୟୀ ରତ୍ନଭଣ୍ଡାରକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏଥିପାଇଁ ଆଜି ସକାଳ ୧୦ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ । ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ । ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।
More Stories
ଗାନ୍ଧୀ ଜୟନ୍ତୀରୁ ଜନ ସମ୍ପର୍କ ପଦଯାତ୍ରା…..
ଭୁବନେଶ୍ବରରେ ୭ଟି ସ୍ଥାନରେ ରାବଣ ପୋଡି…..
କଟକରେ ଭାଙ୍ଗିଲା ତୋରଣ…..