ରିପୋର୍ଟ କାର୍ଡ / ପୁରୀ
ଆଜି ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ 5-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆ ଉପସ୍ଥିତ ଥିଲେ। ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମହାଯଜ୍ଞରେ ପୂର୍ଣ୍ଣାହୁତି ପ୍ରଦାନ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ପୂର୍ଣ୍ଣାହୁତି ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।





More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……