ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଆସିବ ରାଜ୍ୟ ବଜେଟ୍। ପ୍ରଥମ ଥର ପାଇଁ ବିଜେପି ନେତୃତ୍ୱ ଧୀନ ସରକାର ଆଣିବେ ରାଜ୍ୟ ପାଇଁ ବଜେଟ |ଆଜି ଅପରାହ୍ନରେ ଚଳିତ ବର୍ଷର ପୂର୍ଣ୍ଣାଙ୍ଗ ବଜେଟକୁ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ତଥା ଅର୍ଥ ମନ୍ତ୍ରୀ ମୋହନ ମାଝୀ । ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ଓ ବିକଶିତ ଓଡ଼ିଶା ଗଠନ ନେଇ ଯେଉଁ ସଙ୍କଳ୍ପ ରହିଛି ତାକୁ ଗୁରୁତ୍ୱ ଦେଇ ଗଠନ କରାଯାଇଛି ବଜେଟ୍। ତେଣୁ ପୂର୍ବ ଅପେକ୍ଷା ଏଥର ବଜେଟର ଆକାର ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି। ପାଖାପାଖି ତିନି ଲକ୍ଷ କୋଟିରୁ ଅଧିକ ଟଙ୍କାର ବଜେଟ୍ ଆଣିପାରନ୍ତି ସରକାର। ପୂର୍ବ ସରକାର ଫେବୃଆରୀ ମାସରେ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର କାମଚଳା ବଜେଟ୍ ଆଣିଥିଲେ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..