ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ଏଥିରେ ୧୯ ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ ମୋହର। ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରି ମିଳିଛି। ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରାଯିବ, ଏଥିପାଇଁ ଖର୍ଚ୍ଚ ହେବ ୩୮୫ କୋଟି ଟଙ୍କା। ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗ କୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ। ଯୁବ ବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ର ଛାତ୍ରୀଙ୍କ ପାଇଁ ଆଡ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷିତ ଯୁବକ ଯୁବତୀମାନଙ୍କ ପାଇଁ ଡିଜିଟାଲ- ଇ ପାଠ୍ୟକ୍ରମ ରଖାଯିବ। ରାଜ୍ୟର ୩୦ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ଦକ୍ଷତା ବିକାଶ ପାଇଁ ସୁଯୋଗ ଦିଆଯିବ। ନାଇଜର ପରିସରରେ ଟାଟା କ୍ୟାନସର ହସ୍ପିଟାଲ ପାଇଁ ୪୮.୮୪୨ ଏକର ଜମି ପ୍ରଦାନ କରିବେ ସରକାର। ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ। ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନାକୁ ମଧ୍ୟ ମଞ୍ଜୁରି ମିଳିଛି। ସ୍ୱତନ୍ତ୍ର ଯୋଜନା ପାଇଁ କ୍ୟାବିନେଟରେ ଅର୍ଥ ମଞ୍ଜୁରି, ଓଡ଼ିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନକୁ ମଞ୍ଜୁରି ବ୍ୟାଙ୍କ ଶାଖା ନଥିବା ପଞ୍ଚାୟତକୁ ମିଳିବ ବ୍ୟାଙ୍କିଙ୍ଗ ସୁବିଧା ଦିଆଯିବ। ରାଜ୍ୟର ୪୩୭୩ ପଞ୍ଚାୟତରେ ସିଏସପି ପ୍ଲସ ବ୍ୟାଙ୍କିଙ୍ଗ ଆଉଟଲେଟ ଖୋଲିବା ପ୍ରସ୍ତାବରେ ମୋହର ଲାଗିଛି। ଓଡିଶା ପବ୍ଲିକ ପ୍ରାଇଭେଟ ପାର୍ଟନରସିପ ପଲିସି ୨୦୨୩ ଗଠନକୁ ମଞ୍ଜୁରୀ ମିଳିଛି। ଓଡିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ ରୁଲରେ ସଂଶୋଧନ। ଓଡିଶା ଲୋକସେବା ଆୟୋଗ ବିନିୟମ ୧୯୫୨ର ସଂଶୋଧନ ସହ ଓଆଇଏସ୍ ଓ ଆଇଏସ୍ କ୍ୟାଡରର ପୁନର୍ବିନ୍ୟାସକୁ କ୍ୟାବିନେଟ୍ ମୋହର ମିଳିଛି। ଓଡିଶା ଜୁଡିସିଆଲ ସର୍ଭିସ ନିୟମ,୨୦୦୭ର ସଂଶୋଧନ , ଜମି ବନ୍ଦୋବସ୍ତ ନିୟମ ୧୯୮୩ରେ ସଂଶୋଧନ। ଅନୁସୂଚିତ ଜାତି ଜନଜାତିଙ୍କ ନିଯୁକ୍ତି ସମ୍ପର୍କିତ ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଖାଲି ପଡିଥିବା ପଦବୀରେ ନିଯୁକ୍ତି ପାଇଁ ଅଧ୍ୟାଦେଶ ହୋଇଛି।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..