Report Card Odisha

| Daily Odia News

୧୩ରେ ରାଜ୍ୟ କ୍ୟାବିନେଟ୍‌…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ | ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ସରକାର ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମଙ୍ଗଳବାର ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ଅବଗତ କରାଯାଇଛି। ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ଦିନରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବାକୁ ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନେକଗୁଡ଼ିଏ ନୂଆ ଯୋଜନା ତଥା କାର୍ଯ୍ୟକ୍ରମ ଉପରେ ନିଷ୍ପତ୍ତି ନିଆଯାଇପାରେ ବୋଲି ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

Breaking News