Report Card Odisha

| Daily Odia News

ଆଜିଠାରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠାରୁ ୧୦ ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ହେଉଛି | ପୂର୍ବରୁ ଦାବି ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ଦାବିପତ୍ର ଦିଆଯାଇଥିଲେ ମଧ୍ୟ ସରକାର ଏହାକୁ କର୍ଣ୍ଣପ।ତ କରୁନଥିବାରୁ ସୋମବାର ହଜାର ହଜାର ଡ୍ରାଇଭର ପିଏମ୍‌ଜି ଛକରେ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଦାବି ପୂରଣ ନହେଲା ପର୍ଯ୍ୟନ୍ତ ରାଜଧାନୀ ଛାଡ଼ିବୁ ନାହିଁ ବୋଲି ଡ୍ରାଇଭର ମହାସଂଘ ପକ୍ଷରୁ ଚେତାବନୀ ଦେଇଛି। ସୁରକ୍ଷା, ସମ୍ମାନ ଓ ବୀମା ଦାବିରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ହଜାର ହଜାର ସଂଖ୍ୟକ ଡ୍ରାଇଭର ଧାରଣାରେ ବସିଥିଲା। ଗତ କିଛିମାସ ତଳେ ସଂଘ ପକ୍ଷରୁ ମହାରାଲିର ଆୟୋଜନ କରାଯାଇ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା । ତେବେ ସରକାର ସେମାନଙ୍କ ଦାବିକୁ ନ ଶୁଣିବାରୁ ମହାସଂଘ ପକ୍ଷରୁ ଆନ୍ଦୋଳନକୁ ତୀବ୍ର କରାଯାଇଛି । ତେବେ ମହାସଂଘ ପକ୍ଷରୁ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇଥିଲା । ଆଲୋଚନା ସମୟରେ ବିଭିନ୍ନ ଦାବି ମଧ୍ୟ ଉପସ୍ଥାପନ କରାଯାଇଥିଲା । ୩ ମାସ ମଧ୍ୟରେ ଦାବି ପୂରଣ ପାଇଁ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେବାପରେ ସୋମବାର ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି । ତେବେ ଦାବି ପୂରଣ ହେଲା ପର୍ଯ୍ୟନ୍ତ ମଙ୍ଗଳବାରଠାରୁ ଡ୍ରାଇଭରମାନେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିବେ ବୋଲି ମହାସଂଘ ସମ୍ପାଦକ ଚୈତନ୍ୟ ପ୍ରଧାନ କହିଛନ୍ତି ।

Breaking News