ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଶୁକ୍ରବାର ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ୨୦୨୪ ଜାନୁଆରୀ ୧ରୁ ୨୦୨୮ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରାଯାଇଛି। ଏହାଦ୍ବାରା ୧୦ ଲକ୍ଷ ହିତାଧିକାରୀ ଆଉ ୫ ବର୍ଷ ଯାଏଁ ମାସକୁ ୫ କେଜି ଲେଖାଏଁ ମାଗଣା ଚାଉଳ ପାଇବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ।






More Stories
ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ…..
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ…..