ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟର ଐତିହାସିକ ମନ୍ଦିର ଓ କୀର୍ତ୍ତିରାଜିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂସ୍କୃତି ବିଭାଗ ଏକ ନୂଆ ହେରିଟେଜ୍ ପଲିସି ପ୍ରଣୟନ କରିବାକୁ ନିଷ୍ପତ୍ତି ନେଇଛି। ଏହି ବିଷୟରେ ଆଲୋଚନା ପାଇଁ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୂର୍ତ୍ତ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେ (ASI) କର୍ତ୍ତୃପକ୍ଷ ଅଂଶଗ୍ରହଣ କରିଥିଲେ।ବୈଠକରେ ରାଜ୍ୟର ୩ ହଜାରରୁ ଅଧିକ ଐତିହାସିକ କୀର୍ତ୍ତିରାଜିର ପୁନରୁଦ୍ଧାର ପାଇଁ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ସଂସ୍କୃତି ବିଭାଗ ୭୫ଟି ଐତିହାସିକ ସ୍ଥଳର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଏହାସହ ଏକ ଟାସ୍କ ଫୋର୍ସ ଗଠନ କରାଯାଇ ନୂଆ ହେରିଟେଜ୍ ପଲିସି ପ୍ରସ୍ତୁତ କରାଯିବ।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..