Report Card Odisha

| Daily Odia News

ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ହ୍ରାସ ଦିବସ ପାଳନ କରାଯାଇଛି । ୧୯୯୯ ମସିହା ଅକ୍ଟୋବର ୨୯ ତାରିଖରେ ଓଡ଼ିଶାରେ ପ୍ରଳୟଙ୍କାରୀ ମହାବାତ୍ୟା ହୋଇ ଧନଜୀବନ ନଷ୍ଟ ହୋଇଥିଲା । ତେଣୁ ପ୍ରତିବର୍ଷ ଏହି ଦିନକୁ ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଭାବେ ପାଳନ କରୁଛନ୍ତି ଓଡ଼ିଶା ସରକାର। କାର୍ଯ୍ୟକ୍ରମକୁ ବିଦ୍ଧିବଦ୍ଧ ଭାବେ ଉଦଘାଟନ କରିଥିଲେ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର । ସାଙ୍ଗରେ ଥିଲେ ଉନ୍ନୟନ କମିଶନର ପ୍ରଦୀପ ଜେନା, ସତ୍ୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଥିଲେ । ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ନିଆଯାଇଥିବା ନିଷ୍ପତ୍ତି ଆଧାରରେ ଓଏସଡିଏମଏ ଆଶ୍ରୟସ୍ଥଳୀ ତଥା ଗୋଷ୍ଠୀସ୍ତରୀୟ ସ୍ୱେଚ୍ଛାସେବୀଙ୍କୁ ଆଶ୍ରୟସ୍ଥଳୀ ପରିଚାଳନା, ସନ୍ଧାନ ଓ ଉଦ୍ଧାର ଏବଂ ପ୍ରାଥମିକ ଚିକିତ୍ସା ସମ୍ବନ୍ଧୀୟ ତାଲିମ୍ ଦିଆଯାଉଛି । ଉତ୍ସବରେ ରାଜ୍ୟସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀବୃନ୍ଦ, ମିଳିତ ଜାତିସଂଘର ବିଭିନ୍ନ ଅନୁଷ୍ଠାନର ପ୍ରତିନିଧି, ଓଡ୍ରାଫ୍, ଏନଡିଆରଏଫ୍, ଅଗ୍ନିଶମ, ରେଡ଼କ୍ରସ ଅଧିକାରୀ ଓ ସ୍ୱେଚ୍ଛାସେବୀ ଅଂଶଗ୍ରହଣ କରିଥିଲେ ।

 

 

Breaking News