Report Card Odisha

| Daily Odia News

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଓ ସବୁ ସଦସ୍ୟା ବରଖାସ୍ତ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟର ମୋହନ ମାଝୀ ସରକାର ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ତତ୍କାଳ ପ୍ରଭାବରୁ ବରଖାସ୍ତ କରିଛନ୍ତି । ବିଜେଡି ସରକାର ସମୟରେ ମହିଳା ଆୟୋଗରେ ଥଇଥାନ ହୋଇଥିବା ବିଜେଡି ନେତ୍ରୀମାନେ ନିଜଆଡ଼ୁ ଇସ୍ତଫା ନଦେବା ପରେ ରାଜ୍ୟର ବିଜେପି ସରକାର ନିଜ କ୍ଷମତାର ଉପଯୋଗ କରି ସେମାନଙ୍କୁ ବରଖାସ୍ତ କରିଥିବା ଜଣାପଡ଼ିଛି । ଏହାସହିତ ରାଜ୍ୟରେ ମହିଳା ଆୟୋଗର ନୂଆ ଅଧ୍ୟକ୍ଷା ଓ ସଦସ୍ୟା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ୱାଇଁ ଓ ବିଜୟା ବରୱାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି । ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ । ତେବେ ରାଜ୍ୟରେ ଜୁନ୍ ମାସରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ସମସ୍ତ ନିଗମ,ବୋର୍ଡ ଓ ଅନ୍ୟାନ୍ୟ ସରକାରୀ ପଦବୀରେ ଥଇଥାନ ହୋଇଥିବା ବିଜେଡି ନେତାମାନଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦେଇଥିଲେ । କିନ୍ତୁ ରାଜ୍ୟ ମହିଳା ଆୟୋଗ ଓ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗରେ ବିଜେଡି ନେତ୍ରୀମାନଙ୍କୁ ହଟାଯାଇନଥିଲା । ସେମାନେ ନିଜଆଡ଼ୁ ଇସ୍ତଫା ନଦେବା ପରେ ରାଜ୍ୟ ସରକାର ଓଡ଼ିଶା ଆକ୍ଟ-୧୯୯୪ର ଧାରା ୩ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କୁ ବରଖାସ୍ତ କରିଥିବା ଜଣାପଡ଼ିଛି ।

Breaking News