ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରୀୟ ଶିକ୍ଷାବୋର୍ଡ ଦ୍ୱାରା ପ୍ରକାଶିତ ଦଶମ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗର ପାସ୍ ହାର ଶତ ପ୍ରତିଶତ ସହ ସମସ୍ତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏଥିସହ ସର୍ବାଧିକ ବ୍ୟକ୍ତିଗତ ପ୍ରତିଶତ ୯୯.୪୦ ପ୍ରତିଶତ ସହ ପ୍ରତୀକ ଷଢ଼ଙ୍ଗୀ ବିଦ୍ୟାଳୟରେ ପ୍ରଥମ, ୯୮.୪୦ ପ୍ରତିଶତ ସହ ଶାଶ୍ୱତୀ ଜେନା ଏବଂ ଲେକିସା ମହାନ୍ତି ଯୁଗ୍ମ ଭାବରେ ଦ୍ୱିତୀୟ ଏବଂ ୯୮ ପ୍ରତିଶତ ସହ ଶ୍ରୀଗୁରୁ ଶଙ୍କର ମାଟି ତୃତୀୟ ସ୍ଥାନ ହାସଲ କରିଛନ୍ତି । ୧୨୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୧.୭୧ ପ୍ରତିଶତ ଛାତ୍ରଛାତ୍ରୀ ୯୫ ପ୍ରତିଶତରୁ ଅଧିକ ନମ୍ବର, ୫୧.୧୬ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ତଥା ୭୫.୯୭ ପ୍ରତିଶତ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ, ୯୫.୩୫ ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଅଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତିି । ବିଦ୍ୟାଳୟର ସାମଗ୍ରିକ ହାର ୮୬.୧୨ ପ୍ରତିଶତ ହୋଇଛି । ଏହି ସଫଳତା ନିମନ୍ତେ ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ମଦନ ମୋହନ ପଣ୍ଡା, ଡି.ଏ.ଭି ବିଦ୍ୟାଳୟ ସମୂହ ଓଡ଼ିଶା ଜୋନ୍ର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ.ସି. ଶତପଥୀ ତଥା ଆଞ୍ଚଳିକ ସହ ନିର୍ଦ୍ଦେଶିକା ଡ. ସୁଜାତା ସାହୁ, ବିଦ୍ୟାଳୟର ମ୍ୟାନେଜର ଇପ୍ସିତା ଦାସ ଓ ଅଧ୍ୟକ୍ଷ ଶ୍ରୀ ବଳରାମ ମହାପାତ୍ର କୃତୀ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..