Report Card Odisha

| Daily Odia News

ଇସ୍ପାତ ମନ୍ତ୍ରଣାଳୟର ଦୁଇ ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ୨୫ ଓ ୨୬ ତାରିଖରେ ଦୁଇଦିନ ପାଇଁ  ଏକ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଆୟୋଜନ କରାଯାଉଛି। ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କର ଏହି  ମନ୍ତ୍ରୀସ୍ତରୀୟ ସମ୍ମିଳନୀ କୋଣାର୍କ ଓ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେଉଛି ।  ଶୁକ୍ରବାର ଦିନ କୋଣାର୍କ ଠାରେ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ବୋଲି ସୂଚନା ମିଳିଛି । ଏଥିରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂହ ଏବଂ ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ ଯୋଗଦେବେ । ଏଥିରେ ବିଭିନ୍ନ ରାଜ୍ୟର ଖଣି, ଇସ୍ପାତ ଓ ଶିଳ୍ପ ମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ରାଷ୍ଟ୍ରାୟତ୍ତ ଇସ୍ପାତ କମ୍ପାନୀର ବରିଷ୍ଠ ଅଧିକାରୀ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିବେ । ଏଥିରେ ଇସ୍ପାତ ଓ ଖଣି କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିଷୟ ବିଶେଷ କରି ରାଜ୍ୟ ମାନଙ୍କ ସମ୍ପର୍କରେ ସ୍ୱତନ୍ତ୍ର ଆଲୋଚନା ହେବ । ଶନିବାର ଦିନ ଭୁବନେଶ୍ୱର ଠାରେ ସ୍ଥାନୀୟ ଶିଳ୍ପ ଜଗତର ପ୍ରତିନିଧିମାନଙ୍କ ସହିତ ଏକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଏଥିରେ ଯୋଗଦେବେ। ଏହି ଅବସରରେ ‘ଦ୍ବିତୀୟକ ଇସ୍ପାତ କ୍ଷେତ୍ରରେ ରହିଥିବା ସମସ୍ୟା ଏବଂ ଆବଶ୍ୟକ ନୀତିଗତ ହସ୍ତକ୍ଷେପ’ ବିଷୟବସ୍ତୁକୁ ନେଇ ଏକ ଆଲୋଚନା ଅନୁଷ୍ଠିତ ହେବ। ବିଶେଷ କରି ଇସ୍ପାତ କ୍ଷେତ୍ର ପାଇଁ ପିଏଲଆଇ ଯୋଜନା ଉପରେ ଏକ ଉପସ୍ଥାପନା ପ୍ରସ୍ତୁତ କରାଯିବ । ସମ୍ମିଳନୀ ପାଇଁ ଅତିଥିମାନେ ଗୁରୁବାର ଓଡ଼ିଶାରେ ପହଞ୍ଚି କୋଣାର୍କ ଓ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରୁଛନ୍ତି।

Breaking News