Report Card Odisha

| Daily Odia News

କାର୍ଯ୍ୟବନ୍ଦ କର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ପୂର୍ତ୍ତ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ(ଇଆଇସି) ସତ୍ୟବ୍ରତ ବେହେରା ସମସ୍ତ ଜୋନ୍‌ର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀମାନଙ୍କୁ ଏହି ମର୍ମରେ ପତ୍ର ଲେଖିଛନ୍ତି । ଇଆଇସି ଦର୍ଶାଇଛନ୍ତି ଯେ, ଗ୍ରୀଷ୍ମପ୍ରବାହ ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ ଖରାରେ କାର୍ଯ୍ୟ ନ କରାଇବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି। କିନ୍ତୁ କିଛି ସ୍ଥାନରେ ଏହି ସମୟରେ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଗଣମାଧ୍ୟମ ସୂତ୍ରରୁ ସରକାରଙ୍କ ଦୃଷ୍ଟିକୁ ଆସିଛି। ଏଣୁ ଠିକା ସଂସ୍ଥାମାନେ ପ୍ରତିବନ୍ଧିତ ସମୟରେ କାର୍ଯ୍ୟ ବନ୍ଦ କରିବା ସହ ଶ୍ରମିକମାନଙ୍କ ପାଇଁ ଛାୟାର ବ୍ୟବସ୍ଥା (ରେଷ୍ଟ ଶେଡ୍‌) ସହ ପାନୀୟ ଜଳ ଓ ଫାଷ୍ଟ ଏଡ୍‌ ଉପଲବ୍ଧ କରିବାକୁୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ କ୍ଷେତ୍ର କର୍ମଚାରୀମାନେ ଏଥିପ୍ରତି ସଜାଗ ରହିବା ସହିତ କୌଣସି ଅପ୍ରୀତିକାର ପରିସ୍ଥିତି ଉପୁଜିବା ପୂର୍ବରୁ ସଚେତନତା ସୃଷ୍ଟି କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Breaking News