Report Card Odisha

| Daily Odia News

ଓଡ଼ିଶାକୁ ବାତ୍ୟା ଭୟ,ବାଲେଶ୍ୱର ରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା….

Gujarat, May 18 (ANI): High tides waves due to cyclone Tauktae, on Tuesday. (ANI Photo)

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମହାରାରୀ କରୋନା ସହିତ ସମମସ୍ତେ ଲଢେଇ କରୁଥିବା ବେଳେ ଓଡ଼ିଶାକୁ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା । ୨୬ ତାରିଖ ସକାଳେ ଏହା ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ ଆସନ୍ତା ୨୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ ୭୨ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୬ ତାରିଖ ସକାଳେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି । ତେବେ ଏହି ବାତ୍ୟା କେଉଁଠି ଓ କେବେ ଲ୍ୟାଣ୍ଡଫଲ୍ କରିବ ? ତାର ତୀବ୍ରତା କେତେ ହେବ ? ତାହା ଲଘୁଚାପ ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି କହିଛନ୍ତି । ହେଲେ ଏହାର ପ୍ରଭାବରେ ୨୫ ତାରିଖ ରାତିଠାରୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଇଏମଡି ପକ୍ଷରୁ କୁହାଯାଇଛି । ସେହିପରି ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ସମୁଦ୍ର ଭିତରକୁ ନଯିବାକୁ ସତର୍କ ସୂଚନା ଦିଆଯାଇଛି । ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ୨୩ ତାରଖ ପୂର୍ବରୁ କୁଳକୁ ଫେରିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସତର୍କ ସୂଚନା ଜାରି କରି କହିଛନ୍ତି । ସେପଟେ କିନ୍ତୁ ଇଣ୍ଡିଆନ୍ ନ୍ୟାସନାଲ୍ ସେଣ୍ଟର ଫର୍ ଓସେନ୍ ଇନଫର୍ମେସନ୍ ସର୍ଭିସ୍ ବା INCOISର ମଡେଲ୍ କହୁଛି ସମ୍ଭାବ୍ୟ ବାତ୍ୟା ୟଶ, ଓଡ଼ିଶାର ବାଲେଶ୍ୱର ଓ ପଶ୍ଚିମବଙ୍ଗର ଦୀଘା ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ । ସେହିପରି ଆଉ ଏକ ଜଣାଶୁଣା ପ୍ରତିଷ୍ଠାନ ECMWFର ପୂର୍ବାନୁମାନ ଅନୁଯାୟୀ ବାତ୍ୟା ବାଲେଶ୍ୱର ଆଖପାଖରେ ସ୍ଥଳଭାଗ ଛୁଇଁପାରେ ।

 

Breaking News