ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ଆକ୍ରାନ୍ତ ବ୍ୟକ୍ତି ଭୟଭୀତ ହୁଅନ୍ତୁ ନାହିଁ। ଭୟଭୀତ ହେଲେ ରୋଗ ଅଧିକ ଆକ୍ରାନ୍ତ କରିବ। କାରଣ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ। ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ହେଲେ କରୋନା ଅଧିକ ଆକ୍ରାମକ ହୁଏ। ତେଣୁ ଆଦୌ ଭୟ ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ସେବନ କରନ୍ତୁ। ନିଜକୁ ବିଭିନ୍ନ କାମରେ ନିୟୋଜିତ କରନ୍ତୁ, ଶାରୀରିକ ପରିଶ୍ରମ କରନ୍ତୁ ବୋଲି ଏସ୍ସିବି ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର ସାରଦା ସ୍ୱାଇଁ କହିଛନ୍ତି। ସେ ଆହୁରି କହିଛନ୍ତି-“ଡାକ୍ତରୀ ଔଷଧ ସହ ଯୋଗ, ପ୍ରାଣାୟମ ଓ ୱାକିଂ କରିବା ଉଚିତ। ମାନସିକ ରୋଗୀ କରୋନା ଆକ୍ରାନ୍ତ ହେଲେ ଉଭୟ ଔଷଧ ଖାଇପାରିବେ। କରୋନା ପାଇଁ ଔଷଧ ଓ ମାନସିକ ରୋଗ ପାଇଁ ଔଷଧ ଖାଇପାରିବେ। ମାନସିକ ରୋଗୀ ମଧ୍ୟ ଟିକା ନେଇପାରିବେ।”






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..