ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ଆକ୍ରାନ୍ତ ବ୍ୟକ୍ତି ଭୟଭୀତ ହୁଅନ୍ତୁ ନାହିଁ। ଭୟଭୀତ ହେଲେ ରୋଗ ଅଧିକ ଆକ୍ରାନ୍ତ କରିବ। କାରଣ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ। ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ହେଲେ କରୋନା ଅଧିକ ଆକ୍ରାମକ ହୁଏ। ତେଣୁ ଆଦୌ ଭୟ ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ସେବନ କରନ୍ତୁ। ନିଜକୁ ବିଭିନ୍ନ କାମରେ ନିୟୋଜିତ କରନ୍ତୁ, ଶାରୀରିକ ପରିଶ୍ରମ କରନ୍ତୁ ବୋଲି ଏସ୍ସିବି ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର ସାରଦା ସ୍ୱାଇଁ କହିଛନ୍ତି। ସେ ଆହୁରି କହିଛନ୍ତି-“ଡାକ୍ତରୀ ଔଷଧ ସହ ଯୋଗ, ପ୍ରାଣାୟମ ଓ ୱାକିଂ କରିବା ଉଚିତ। ମାନସିକ ରୋଗୀ କରୋନା ଆକ୍ରାନ୍ତ ହେଲେ ଉଭୟ ଔଷଧ ଖାଇପାରିବେ। କରୋନା ପାଇଁ ଔଷଧ ଓ ମାନସିକ ରୋଗ ପାଇଁ ଔଷଧ ଖାଇପାରିବେ। ମାନସିକ ରୋଗୀ ମଧ୍ୟ ଟିକା ନେଇପାରିବେ।”






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..