ରିପୋର୍ଟ କାର୍ଡ / ଭୁବନେଶ୍ୱର
କୁଆଖାଇ ନଦୀରେ ବୁଡ଼ି ଦୁଇ ଛାତ୍ର ନିଖୋଜ ହୋଇଯାଇଥିଲେ। ଆଜି ଜଣେ ନାବାଳକର ମୃତଦେହ ଉଦ୍ଧାର ହୋଇଥିବା ବେଳେ ଜଣେ ନିଖୋଜ ରହିଛନ୍ତି | ମୃତ ଛାତ୍ର ହେଲେ ରଞ୍ଜନ ମାଢ଼ି । ପ୍ରତାପନଗରୀ କୁଆଖାଇ ବ୍ରିଜ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ-ବୁଧବାର ଦିନ ୫ ଜଣ ସାଙ୍ଗ ଗାଧୋଉ ଥିବାବେଳେ ଭାସି ଯାଇଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିବା ବେଳେ ୨ ଜଣ ନିଖୋଜ ଥିଲେ । ତେବେ କିଛି ସମୟ ପରେ ଦୁଇ ନିଖୋଜଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ତାଙ୍କ ନାମ ଆଶୁତୋଷ ପାଲ ବୋଲି ଜଣାପଡିଥିଲା । ଗୁରୁବାର ଦିନ ଆଉ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ସମସ୍ତେ ପଟିଆ ଅଞ୍ଚଳର ବୋଲି ଜଣାପଡିଛି ।






More Stories
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..
ଭାଜପା ଛାଡିଲେ ଶେହଜାଦ ପୁନାୱାଲା…..