Report Card Odisha

| Daily Odia News

ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ୱର ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲ ରୁମ୍‌ରେ ସନ୍ଦେହଜନକ ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଦେଖିବାକୁ ମିଳିଛି । କଲେଜର କାରୁବାକି ଛାତ୍ରୀ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ବିଜେବି କଲେଜ କାରୁବାକି ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଛାତ୍ରୀଙ୍କ ମୃତଦେହ ହଷ୍ଟେଲ ରୁମ୍‌ରେ ପଡିଥିବା ବେଳେ ରୁମ୍‌ କବାଟ ଭିତର ପଟୁ ବନ୍ଦ ରହିଥିଲା । ଛାତ୍ରୀ ଜଣଙ୍କୁ ଡାକିବାରୁ ସେ କବାଟ ନ ଖୋଲିବାକୁ ହଷ୍ଟେଲ ଓ୍ବାର୍ଡେନ୍‌ ଏବଂ ସୁପରିଣ୍ଟେଣ୍ଡଣ୍ଟଙ୍କୁ ଖବର ଦିଆଯାଇଥିଲା । ଏହାପରେ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ପହଞ୍ଚିବା ପରେ ଶାବଳ ସାହାଯ୍ୟରେ କବାଟ ତାଡି ମୃତଦେହ ଉଦ୍ଧାର କରାଯାଇଥିଲା । ମୃତ ଛାତ୍ରୀ ଜଣଙ୍କ କଟକର ରୁଚିକା ମହାନ୍ତି ବୋଲି ଜଣାପଡିଛି । ସେ ଯୁକ୍ତ ୩ ପ୍ରଥମ ବର୍ଷ କଳାର ଛାତ୍ରୀ ଥିଲେ । ସେ ଡର୍ମେଟ୍ରି ହଲ୍‌ରେ ରହୁଥିଲେ । ଅନ୍ୟ ରୁମ୍‌ରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେହି ରୁମ୍‌ରେ ୩ ଜଣ ଛାତ୍ରୀ ରହୁଥିଲେ । ସେମାନଙ୍କ ସହ ରୁଚିକାଙ୍କ ଘନିଷ୍ଠ ସମ୍ପର୍କ ଥିଲା । ସେହି ରୁମ୍‌ରେ ସେ ଖାଇବା ପିଇବା, ପାଠପଢା ଆଦି କରୁଥିଲେ । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କ’ଣ ପାଇଁ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କଲେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ଘଟଣାସ୍ଥଳରେ ବଡଗଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସର ତଦନ୍ତ ପରେ ଛାତ୍ରୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କୁହାଯାଉଛି ।

 

Breaking News