Report Card Odisha

| Daily Odia News

ରାଜଧାନୀରେ ପୁଣି ଜଣେ ଛାତ୍ର କଲେ ଆତ୍ମହତ୍ୟା……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା । ରାଜଧାନୀ ଭୁବନେଶ୍ୱରରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରଙ୍କ ନାମ ମନୀଷ ସରକାର ବୋଲି ଜଣାପଡିଛି । ଏବେଯାଏଁ କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବିବିଏ ପାଠ୍ୟକ୍ରମର ଶେଷ ବର୍ଷର ଛାତ୍ର ଥିଲେ ମନୀଷ । ଆଜି ମନୀଷ  ଆତ୍ମହତ୍ୟା କରିଛନ୍ତି । ତେବେ ସେ କଣ ପାଇଁ ଆତ୍ମହତ୍ୟା କଲେ, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ତଦନ୍ତ ଏବଂ ପୋଷ୍ଟମର୍ଟମ ରିପୋର୍ଟ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ।

Breaking News