Report Card Odisha

| Daily Odia News

ଆଜିଠୁ ସୁଭଦ୍ରା ଆବେଦନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନାର ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ ବୋଲି ମହିଳା ଓ ଶିଶୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁ ମହିଳାମାନେ ପୂର୍ବରୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନ ଥିବେ, ସେମାନେ ହିଁ କେବଳ ଏହି ସମୟସୀମା ଭିତରେ ନୂତନ ଭାବେ ଆବେଦନ କରିପାରିବେ। ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନକୁ ଗ୍ରହଣ କରାଯିବନାହିଁ। ଆବେଦନ ପାଇଁ ଫର୍ମଗୁଡ଼ିକ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ଏବଂ ସିଡିପିଓ କାର୍ଯ୍ୟାଳୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଭାବେ ପାଇପାରିବେ। ନୂତନ ଆବେଦନଗୁଡ଼ିକ ସାଧାରଣ ସେବା କେନ୍ଦ୍ର ଏବଂ ଆମ ସେବା କେନ୍ଦ୍ର ମାଧ୍ୟମରେ ସୁଭଦ୍ରା ପୋର୍ଟାଲ ଜରିଆରେ ପଞ୍ଜୀକୃତ କରିପାରିବେ |

Breaking News