ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା କିସ୍ତି ଟଙ୍କା। ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ୧ କୋଟିରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ଯିବ ମୋଟ ୫ ହଜାର କୋଟି ଟଙ୍କା ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ପୂର୍ବରୁ ସୁଭଦ୍ରା ଯୋଜନାରେ ହିତାଧିକାରୀମାନେ ୩ଟି କିସ୍ତିରେ ମୋଟ ୧୫ ହଜାର ଟଙ୍କା ସହାୟତା ରାଶି ପାଇଛନ୍ତି। ସୁଭଦ୍ରା ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ମୋଟ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି। ୨୦୨୬ ଜାନୁଆରୀ ୨୨ରେ ନୂତନ ହିତାଧିକାରୀ ଓ ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ୪ଲକ୍ଷ ୫୭ ହଜାର ୬୮୧ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ନୂଆ ପଞ୍ଜୀକରଣ କରିଥିବା ୧ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିଲା। ତୃତୀୟ କିସ୍ତି ପାଇଥିଲେ ବି ବୈଷୟିକ ସମସ୍ୟା ପାଇଁ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ସାମିଲ କରାଯାଇଥିଲା।






More Stories
ରଥଯାତ୍ରା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା…..
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..