ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶନିବାର ଅର୍ଥାତ୍ ଫେବୃଆରୀ ୮ ତାରିଖରେ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶନିବାର ଯାଜପୁରରେ ସ୍ୱତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ । ୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ । ୩.୩୮ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ କ୍ଲିୟରାନ୍ସ ସମସ୍ୟା ଥିଲା, ସେମାନଙ୍କ ମଧ୍ୟରୁ ୬୮ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି । ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡିବ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ ପରେ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ। ଏହାସହ ବାକି ଥିବା ହିତାଧିକାରୀ ଏନପିସିଆଇରେ ସମସ୍ୟା ପାଇଁ ବଞ୍ଚିତ ହେଲେ ପୁଣି ମାର୍ଚ୍ଚ ୮ରେ ଟଙ୍କା ପ୍ରଦାନ କରାଯିବ।






More Stories
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..
TET କ୍ଲିୟର କରିବାକୁ ନିର୍ଦ୍ଦେଶ…..
ଗ୍ୟାସ୍ ଟ୍ରାଜେଡି:ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି,୧୦ ଲକ୍ଷ ସହାୟତା ରାଶି ଘୋଷଣା…..