ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଯାଏ ୯୨ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ସଂଖ୍ୟ ସପ୍ତାହକ ଭିତରେ ଏକ କୋଟି ଛୁଇଁବ ବୋଲି ସେ ଆଶା ପ୍ରକାଣ କରିଛନ୍ତି। ରାଜ୍ୟର ସମସ୍ତ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ମିଳିବ ବୋଲି ସେ ପୁଣିଥରେ ଦୋହରାଇଛନ୍ତି । ଏଯାଏ ୧୧ ଲକ୍ଷ ୨୫ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ଦେଇସାରିଛୁ। ଇକେୱାଇସି ପାଇଁ ଟିକେ ସମୟ ଲାଗୁଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କରିଥିଲେ। ଏହା ସର୍ବବୃହତ୍, ଏକକ ମହିଳା କୈନ୍ଦ୍ରିକ ଯୋଜନା । ଏହି ଯୋଜନା ଅଧୀନରେ ୨୧-୬୦ ବର୍ଷ ବୟସର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨୦୨୪-୨୫ରୁ ୨୦୨୮-୨୯ ମଧ୍ୟରେ ୫ ବର୍ଷ ମଧ୍ୟରେ ୫୦,୦୦୦ ଟଙ୍କା ମିଳିବ। ଦୁଇଟି ସମାନ କିସ୍ତିରେ ବାର୍ଷିକ ୧୦,୦୦୦ ଟଙ୍କା ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……