ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ୧ଟଙ୍କା। ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି । ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ। ଆଜି ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ। ତେବେ ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା ‘ ଟଙ୍କା ପାଇବେ, ସେହି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆଜି ପରୀକ୍ଷାମୂଳକ ୧ ଟଙ୍କା ଆସିବ।ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ ତାରିଖରେ ସେମାନଙ୍କ ଖାତା ଟଙ୍କା ଆସିବ। ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ଆଜି ସୁଦ୍ଧା ‘ସୁଭଦ୍ରା’ ଯୋଜନାରେ ୧ କୋଟିରୁ ଅଧିକ ମହିଳାଙ୍କ ଆବେଦନ ପୂରଣ ହୋଇପାରେ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।
More Stories
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଗିରଫ…..
ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା….