ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ଉତ୍ସାହ ବଢୁଛି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ । ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ । ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ୱଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ଲେଖାଏଁ ପଠାଯାଇଛି । ଏକ ଟଙ୍କା ପଠାଯିବା ପରେ ତାହା ଏସ୍ଏମ୍ଏସ୍ ଜରିଆରେ ହିତାଧିକାରୀଙ୍କୁ ମଧ୍ୟ ଅବଗତ କରାଯାଉଛି । ଆକାଉଣ୍ଟକୁ ‘ଏକ ଟଙ୍କା ପ୍ରଦାନ’ ଏକ ନିରନ୍ତର ପ୍ରକ୍ରିୟା । ଯେଉଁମାନଙ୍କ ଆକାଉଣ୍ଟକୁ ଏକ ଟଙ୍କା ଯାଇନାହିଁ, ସେମାନଙ୍କ ଆବେଦନ ଫର୍ମ ବିଚାରାଧୀନ ଅଛି। ଆବେଦନ ଫର୍ମଗୁଡ଼ିକର ଯାଞ୍ଚ ପରେ ଅନ୍ୟ ଯୋଗ୍ୟ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାକୁ ମଧ୍ୟ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପ୍ରଦାନ କରାଯିବ । ଫଳରେ ପ୍ରକ୍ରିୟାର ସ୍ୱଚ୍ଛତା ସୁନିଶ୍ଚିତ ହୋଇପାରିବ ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……