ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଭଦ୍ରାକୁ ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ରାସନ କାର୍ଡ ଏବଂ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ପ୍ରଥମ କିସ୍ତି ପାଇଛନ୍ତି ମାତ୍ର ଆୟ ବୃଦ୍ଧି ଦର୍ଶାଇ ରାସନ କାର୍ଡ ଫେରାଇଛନ୍ତି। କିଏ ଗାଡି କିଣିଛନ୍ତି ଏବଂ କିଏ ୫ ଏକର ଜମି ନ ଥାଇ ଅଧିକ ଧାମ ମଣ୍ଡିରେ ଦେଇଛନ୍ତି। ଏ ନେଇ ମାର୍ଚ୍ଚ ୩୧ ପରେ ଓ୍ବାନ୍ ଟୁ ଓ୍ବାନ୍ ସର୍ଭେ କରାଯିବ। ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଥିବା ଯୋଗ୍ୟ ହିତାଧିକାରୀ ମାନେ ଦ୍ଵିତୀୟ କିସ୍ତି ସୁଭଦ୍ରା ଟଙ୍କା ପାଇବେ । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯେଉଁମାନଙ୍କୁ ୨୧ ହେଉଥିବ, ସେମାନେ ଆବେଦନ କରିପାରିବେ।






More Stories
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..