ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ଅଞ୍ଚଳରୁ ବନ୍ଦ ଘର ଭିତରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ସଂଦେହ କରାଯାଉଛି । ଘଟଣାସ୍ଥଳରେ ଲକ୍ଷ୍ମୀସାଗର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ମୃତ ଯୁବତୀ ନୟାଗଡ ଅଞ୍ଚଳର ସ୍ନେହଳତା ସ୍ଵାଇଁ ବୋଲି ଜଣାପଡିଛି। ଉଭୟଙ୍କ ପରିବାର ସହମତିରେ ନିଜ ପ୍ରେମିକ ସହ ବିବାହ ଠିକ ହୋଇଥିଲା । ମଙ୍ଗଳବାର ସନ୍ଧ୍ୟାରେ କୌଣସି କଥାକୁ ନେଇ ଝଗଡା ହୋଇଥିଲା। ଝଗଡା ପରେ ମୋବାଇଲକୁ ଭାଙ୍ଗିଦେଇଥିଲେ ସ୍ନେହଳତା । ପରେ ରାତିରେ ଓଢଣୀରେ ଝୁଲି ପଡ଼ିଥିଲେ ସ୍ନେହଲତା । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….