Report Card Odisha

| Daily Odia News

କାର୍ଯ୍ୟରେ ଯୋଗଦେଲେ ସୁଜାତା କାର୍ତ୍ତିକେୟନ…..

Screenshot

ରିପୋର୍ଟ କାର୍ଡ / ଭୁବନେଶ୍ୱର

କାର୍ଯ୍ୟରେ ଯୋଗ ଦେଇଛନ୍ତି ବିଜେଡିର ସର୍ବେସର୍ବା ବୋଲାଉଥିବା ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ। ୬ ମାସ ଛୁଟିରୁ ଫେରିବା ପରେ ଆଜି ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି। କାଲି ସୁଜାତାଙ୍କ ସାନି ଛୁଟି ଆବେଦନ ଅଗ୍ରାହ୍ୟ କରିଥିଲେ ସରକାର। ଆଉ ୬ ମାସ ଛୁଟିରେ ରହିବାକୁ ଆବେଦନ କରିଥିଲେ ସୁଜାତା। ସୁଜାତାଙ୍କ ଆବେଦନ ଅଗ୍ରାହ୍ୟ ସହ ଯୋଗ ଦେବାକୁ ପରାମର୍ଶ ଦିଆଯାଇଥିଲା। ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ ମାସ ଛୁଟିରେ ପଳାଇଥିଲେ ସୁଜାତା। ପୁଣିଥରେ ନିଜର ଛୁଟିକୁ ଆଉ ୬ ମାସ ବୃଦ୍ଧି ପାଇଁ ଆବେଦନ କରିଥିଲେ। ହେଲେ ରାଜ୍ୟ ସରକାର ସୁଜାତା କରିଥିବା ଆବେଦନକୁ ଖାରଜ କରିଥିଲେ। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଥିବା ଅବଗତ କରିଥିଲେ। ଏହା ସହିତ ଆଜି ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଥିଲେ।

Breaking News