ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶାମ୍ବଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଜଣାପଡିଛି। ବିଗତ ବର୍ଷଗୁଡ଼ିକ ଭଳି ଚଳିତବର୍ଷ କୋଣାର୍କ ସୁରକ୍ଷା ସମିତି ଓ ବିଶ୍ବ ହିନ୍ଦୁ ପରିଷଦର ମିଳିତ ଆନୁକୁଲ୍ୟରେ ତ୍ରିଦିବସୀୟ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞ ପାଇଁ ଘଟ ସ୍ଥାପନ ଓ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସମିତିର ସଭାପତି ତଥା କୋଣାର୍କ ଏନଏସି କାଉନସିଲର ସୌମ୍ୟସୌରଭ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭଗବାନ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ଓ ହୋମଯଜ୍ଞ କାର୍ଯ୍ୟକ୍ରମ ହେବ। ବିଶ୍ବକୁ ରୋଗମୁକ୍ତ ଓ ବିଶ୍ବର କଲ୍ୟାଣ ପାଇଁ ଏହି ମହାଯଜ୍ଞ ହେଉଛି। ପବିତ୍ର ଶାମ୍ବଦଶମୀରେ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞର ପୂର୍ଣ୍ଣାହୁତି ହେବ। ବିଶ୍ବ ହିନ୍ଦୁ ପରିଷଦର ଭାଗୀରଥୀ ସ୍ବାଇଁ, ରାମକୃଷ୍ଣ ମହାନ୍ତି, ପ୍ରତାପ କାଣ୍ଡି, ଶରତ ମଲ୍ଲ, ରବୀନ୍ଦ୍ର ନନ୍ଦୀ, ରଘୁନାଥ ମହାପାତ୍ର, ପ୍ରିୟରଂଜନ ରଥ ପ୍ରମୁଖଙ୍କ ନେତୃତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..