Report Card Odisha

| Daily Odia News

ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ…..

ରିପୋର୍ଟ କାର୍ଡ / ପୁରୀ

ମହଣ ମହଣ ସୁନାରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଆଜି ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ସୁନାବେଶ ଚତୁର୍ଦ୍ଧାମୂରତି।ରଥ ଉପରେ ମହାପ୍ରଭୁଙ୍କ ଅତି ସୁନ୍ଦର, କମନୀୟ ଓ ସୁଶୋଭିତ ସୁନା ବେଶ ଦେଖିବା ଲାଗି ଅପେକ୍ଷା କରି ରହିଛନ୍ତି ଅଗଣତି ଭକ୍ତ। ବଡ଼ଭାଇ ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା, ଝୋବାକଣ୍ଠି ଆଦି ପରିଧାନ କରିବେ। ଭଉଣୀ ସୁଭଦ୍ରା କିରିଟି, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିବେ। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀ ମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ। ଆଜି ସୁନାବେଶ ପରେ ଆସନ୍ତାକାଲି ଶ୍ରୀଜିଉଙ୍କ ଅଧରପଣା ନୀତି ଏବଂ ଶନିବାର ହେବ ନୀଳାଦ୍ରିବିଜେ ନୀତି।

Breaking News