ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ସିବିଆଇ ଓ ଇଡିକୁ ନୋଟିସ୍ ଜାରି କରିଛନ୍ତି। ପତ୍ନୀଙ୍କ ଅସୁସ୍ଥତା କାରଣରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଉପରେ ମଧ୍ୟ ନୋଟିସ ଜାରି କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ଜାମିନ ଉପରେ ଜୁଲାଇ ୨୮ରେ ଶୁଣାଣି ହେବ ବୋଲି ଜଣାପଡ଼ିଛି। ଜଷ୍ଟିସ୍ ସଞ୍ଜୀବ ଖନ୍ନା, ଜଷ୍ଟିସ୍ ବେଲା ତ୍ରିବେଦୀ ଓ ଜଷ୍ଟିସ୍ ଉଜ୍ଜ୍ଵଳ ମୁଇୟାଁଙ୍କ ଖଣ୍ଡପୀଠ ଏହି ଆବେଦନ ଶୁଣାଣି କରିଥିଲେ। ସୂଚନାଯୋଗ୍ୟ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ କରି ଜାମିନ ନାମଞ୍ଜୁର କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସିସୋଦିଆ ସୁପ୍ରିମ୍ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..