ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅନ୍ତରୀଣ ଜାମିନରେ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ନିରାଶ ହୋଇଛନ୍ତି | ଜାମିନ ଅବଧି ବୃଦ୍ଧି କରିବା ପାଇଁ କେଜ୍ରିୱାଲ କରିଥିବା ଆବେଦନର ଜରୁରୀ ଶୁଣାଣି କରିବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ଆଜି ସୁପ୍ରିମକୋର୍ଟର ଏକ ବେଞ୍ଚ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଅବଧି ୭ ଦିନ ବୃଦ୍ଧି ସହ ଜଡିତ ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ମାମଲାକୁ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡଙ୍କ ନିକଟକୁ ପଠାଯାଇଛି। ପ୍ରକାଶ ଥାଉକି, ଦିଲ୍ଲୀ ମଦ ନୀତି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଛନ୍ତି ଅରବିନ୍ଦ କେଜ୍ରିୱାଲ। ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କେଜ୍ରିୱାଲଙ୍କୁ ଗିରଫ କରିଥିଲା।






More Stories
ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ:୯୦ ଲକ୍ଷରୁ ଅଧିକ ନାମ ବାଦ…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
ଆଜି ରାତିରେ ବଡ ଯୁଦ୍ଧ ! ୮ଟା ଯାଏଁ ଡେଡ୍ଲାଇନ୍…..