ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚର୍ଚ୍ଚାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ଆସିଥିଲେ। ସୁର ନିଜ ପୁଅର ଏହି ବିରାଟ ଶୋଭାଯାତ୍ରାରେ ସାମିଲ ହୋଇ ନଥିଲେ। ହେଲେ ସେ ନିଜ ପୁଅ ମନ୍ମଥଙ୍କୁ ଜିତାଇବାକୁ ନିଜର କର୍ମୀମାନଙ୍କୁ ଆହ୍ୱାନ କରିଥିଲେ। ସେ କହିଥିଲେ, ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ ପୁଅ। ତାକୁ ଆମେ ଜିତାଇବା।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..