ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ସକାଳୁ ଗ୍ୟାସ୍ ଲିକ୍ ଯୋଗୁଁ ଏକ ପ୍ରିଣ୍ଟିଂ ମିଲରେ ଶ୍ୱାସରୁଦ୍ଧ ହୋଇ ୬ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ୨୦ରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ହୋଇଥିବା ସୂଚନା ମିଳିଛି | ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି ଗୁଜରାଟର ସୁରତରେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଅନୁସାରେ ମିଲ୍ ନିକଟରେ ଏକ ଡ୍ରେନ୍ ରହିଛି । ଡ୍ରେନରେ ଜଣେ ଡ୍ରାଇଭର ବିଷାକ୍ତ ରାଷାୟନିକ ପଦାର୍ଥ ଢ଼ାଲିଥିଲେ । ଫଳରେ ଡ୍ରେନରୁ ବିଷାକ୍ତ ଗ୍ୟାସ ନିର୍ଗତ ହୋଇଥିଲା। ଯାହାଦ୍ୱାରା ୬ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିଲା ଓ ଅନ୍ୟମାନେ ଗୁରୁତର ହୋଇଥିଲେ । ହେଲେ ଏଯାଏ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନାହିଁ ।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..