ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ। ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି। ଏକ ଚିଠି ଲେଖି ସୁର ରାଉତରାୟ କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ। ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି। ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଛି। ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର। ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି। ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି । ଏହାପୂର୍ବରୁ ଆଜି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..