ରିପୋର୍ଟ କାର୍ଡ / କଟକ
କଟକରେ ନକଲି ଔଷଧ ମାମଲାରେ ୨ ଅଭିଯୁକ୍ତ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଅଭିଯୁକ୍ତ ଦୁଇଜଣ ଦେଲେ ସଞ୍ଜୟ ଜଲାଲ ଓ ରାହୁଲ ଶ୍ୟାଲ । ପୁରୀଘାଟ ଥାନାରେ ଦୁଇ ଅଭିଯୁକ୍ତ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ନକଲି ମେଡିସିନ କାରବାର ମାମଲାରେ ପୋଲିସ ସେମାନଙ୍କୁ ପଚରାଉଚରା କରିବ । ଦୁଇ ଔଷଧ ବିତରକ ସଂସ୍ଥାର ଅନ୍ୟ କିଛି କର୍ମଚାରୀଙ୍କୁ ପୋଲିସ ପଚରାଉଚରା କରୁଛି । ଆବଶ୍ୟକ ପଡିଲେ ଏହି ଦୁଇ ସଂସ୍ଥାର ଅଫିସ ସିଲ ବି କରାଯାଇପାରେ ବୋଲି କଟକ ଡିସିପି ସୂଚନା ଦେଇଛନ୍ତି । ଉଲ୍ଲେଖ ଯୋଗ୍ୟ- କିଛି ଦିନ ତଳେ କଟକର ବିଭିନ୍ନ ସ୍ଥାନରେ ନକଲି ମେଡିସିନ୍ କାରବାର ନେଇ ସୂଚନା ପାଇଥିଲା ଡ୍ରଗ କଂଟ୍ରୋଲର ଟିମ । ଏହାପରେ ଉକ୍ତ ସ୍ଥାନମାନଙ୍କରେ ଚଢାଉ କରିଥିଲେ । ଏହି ଚଢାଉରେ ବିପୁଳ ପରିମାଣର ନକଲି ମେଡିସିନ ଜବତ ହୋଇଥିଲା । ଏକ ନାମୀ କମ୍ପାନୀର ଔଷଧକୁ ନକଲି କରି ବିକ୍ରି କରୁଥିଲେ ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..