ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି କଡ଼ା ସୁରକ୍ଷା ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବାରାଣସୀରେ ଥିବା ଜ୍ଞାନବାପି ମସ୍ଜିଦ୍ ପରିସରରେ ‘ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ’ ଟିମ୍ ବିଜ୍ଞାନଭିତ୍ତିକ ସର୍ଭେ ଆରମ୍ଭ କରିଛି। ଗୁରୁବାର ଦିନ ଆହ୍ଲାବାଦ ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟ କାଏମ ରଖିବା ପରେ ସେଠାରେ ପୁଣି ସର୍ଭେ କାର୍ଯ୍ୟ ଆରମ୍ଭ କରାଯାଇଛି। ଏହାଛଡ଼ା, ଅଦାଲତ କହିଛନ୍ତି ଯେ, ପୂର୍ବରୁ ଥିବା କୌଣସି ହିନ୍ଦୁ ମନ୍ଦିର ମୂଳଦୁଆ ଉପରେ ଏହି ୧୭ଶ ଶତାବ୍ଦୀର ମସ୍ଜିଦ୍ ନିର୍ମିତ ହୋଇଛି କି, ନାହିଁ ତାହା ସୁନିଶ୍ଚିତ କରାଯିବା ଆବଶ୍ୟକ। ହାଇକୋର୍ଟ ଆହୁରି ମଧ୍ୟ କହିଛନ୍ତି, ନ୍ୟାୟ ଦୃଷ୍ଟିରୁ ‘ଏଏସ୍ଆଇ’ ସର୍ଭେ ଆବଶ୍ୟକ ଏବଂ ଏହା ଉଭୟ ପକ୍ଷଙ୍କୁ ଉପକୃତ କରିବ। ଆଜି ‘ଏଏସ୍ଆଇ’ ମସ୍ଜିଦ୍ ପରିସରରେ ସର୍ଭେ ଆରମ୍ଭ ହୋଇଥିବା ବେଳେ କେବଳ ଜିଲ୍ଲା ପ୍ରଶାସନଦ୍ବାରା ନିଯୁକ୍ତ ଲୋକେ ସେଠାରେ ଉପସ୍ଥିତ ଅଛନ୍ତି। କିନ୍ତୁ, ‘ଅଞ୍ଜୁମନ୍ ଇନ୍ତେଜାମିଆ ମସ୍ଜିଦ୍ କମିଟି’ର ସଦସ୍ୟମାନେ ଏହି ସର୍ଭେ ବର୍ଜନ କରିଛନ୍ତି।






More Stories
୨୦ରୁ ସଂସଦର ମୌସୁମୀ ଅଧିବେଶନ…..
ରାମ ମନ୍ଦିରରୁ ଚୋରି ଘଟଣା ଦୁଃଖଦାୟକ…..
ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ…..